ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି: ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌ ପ୍ରସ୍ତୁତି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।ସୂଚନାଯୋଗ୍ୟ, ଏହାକୁ ଲାଗୁ କରାଯିବ କି ନାହିଁ ସେନେଇ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କ ମଧ୍ୟରେ ଦ୍ବନ୍ଦ ଦେଖାଦେଇଥିବା ବେଳେ ବର୍ତ୍ତମାନ ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଗଣଶିକ୍ଷା ବିଭାଗରେ ଆସୁଥିବା ବେଳେ ଏହାକୁ ରାଜ୍ୟ ସରକାର ଏବେ ଲାଗୁ କରିବେ। ଆଞ୍ଚଳିକ ବିଷୟବସ୍ତୁ ଥିବା ପାଠ ପଢାଯିବ ଏବଂ ସେନେଇ ପାଠ୍ୟ ଖସଡ଼ା ମଧ୍ୟ ପ୍ରସ୍ତୁତ କରାଯିବ ।

ପିଲାମାନେ ମହାପୁରୁଷଙ୍କ ଜୀବନୀ, ରାଜ୍ୟର ଐତିହ୍ୟ ସଂସ୍କୃତି ବିଷୟରେ ଜ୍ଞାନ ଲାଭ କରିପାରିବେ । ଅନୁସନ୍ଧାନ, ନବସୃଜନ ଏବଂ ବ୍ୟବହାରିକ ଶିକ୍ଷା ଉପରେ ବିଶେଷ ଗୁରୁତ୍ୱ ଦେଇ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ଉଦ୍ଦେଶ୍ୟରେ ଏହା ୨୦୨୪-୨୫ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ କରୁଛି ବୋଲି ସରକାର କହିଛନ୍ତି।ଜାତୀୟ ଶିକ୍ଷା ନୀତି ୨୦୨୦ ମଧ୍ୟ ଶିଳ୍ପ ଇଣ୍ଟର୍ନସିପ୍ ମାଧ୍ୟମରେ ଦକ୍ଷତା ବିକାଶ ଉପରେ ଧ୍ୟାନ ଦେବ। ନିଯୁକ୍ତି ସୁଯୋଗ ଏବଂ ଚାକିରି ବଜାରର ଚାହିଦାକୁ ଦୃଷ୍ଟିରେ ରଖି କାର୍ଯ୍ୟକାରୀ ହେବ।ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କୁହାଯାଇଛି ଯେ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ଯତ୍ନର ସହ ବିଚାର କରିବା ପରେ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ବାାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ ଲଗୁ ପାଇଁ ନିର୍ଦ୍ଦେଶ ଜାରି ହୋଇଛି ।

ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ, ସ୍ଥାନୀୟ ପାଠ୍ୟକ୍ରମ ସହିତ ଜାତୀୟ ପାଠ୍ୟକ୍ରମ ଢାଞ୍ଚାକୁ ଓଡ଼ିଶା ରାଜ୍ୟ ପାଇଁ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ଭାବରେ ଗ୍ରହଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।ସୂତ୍ରରୁ ପ୍ରକାଶ ଯେ, ଓଡିଶାରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ନିର୍ଦ୍ଦେଶାବଳୀ ଯଥାଶୀଘ୍ର ଜାରି କରାଯିବ ।

Leave a Reply

Your email address will not be published. Required fields are marked *