୨୮ରେ ଓଡ଼ିଶା ଆସିବେ ଜେ.ପି. ନଡ୍ଡା

ଭୁବନେଶ୍ବର: ଆସନ୍ତା ୨୮ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶ୍ରୀ ନଡ୍ଡା ଏହି ଅବସରରେ ପୁରୀରେ ଆୟୋଜିତ ଜାତୀୟ ସ୍ବାସ୍ଥ୍ୟ ମିସନ୍‌ର ନବମ ଜାତୀୟ ଶିଖର ସମ୍ମେଳନରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ଜାତୀୟ ସ୍ବାସ୍ଥ୍ୟ ମିସନ୍‌ର ନିର୍ଦ୍ଦେଶକମାନେ ଯୋଗଦେବେ। ଏଥିରେ ସ୍ବାସ୍ଥ୍ୟଜନିତ ବିଭିନ୍ନ ପ୍ରସଙ୍ଗ ଉପରେ ମାନସ ମନ୍ଥନ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେବେ। ସେହିପରି ଶ୍ରୀ ନଡ୍ଡା ଏହି ଗସ୍ତ ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ନେତାମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *