
କଳାହାଣ୍ଡି (ପର୍ଶୁରାମ ସିନ୍ଦୁର, ଓଡିଶା ଟୁଡ଼େ ) :ଏହି ସଭାରେ ୭୭ – ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ର ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଓ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ୮୦ – ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଓ ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ୭୮ – ନର୍ଲା ନିର୍ବାଚନ ମଣ୍ଡଳୀର ପଞ୍ଜୀକରଣ ଅଧିକାରୀ ଓ ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କଳାହାଣ୍ଡି ଦୟାମୟ ପାଢୀ, ସହ ନିର୍ଦ୍ଦେଶକ ସଞ୍ଚୟ ଓ ଆର୍ଥିକ ସେବା ବିବେକାନନ୍ଦ ମହାନନ୍ଦ, ଉପଜିଲ୍ଲାପାଳ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ କଲେକ୍ଟର ପ୍ରିୟରଞ୍ଜନ ସେଠୀ ଓ ସହକର୍ମୀ ଉପସ୍ଥିତ ଥିଲେ । ସଭା ପ୍ରାରମ୍ଭରେ ଶ୍ରୀ ମହାନନ୍ଦ ବୁଥ ଲେଭେଲ ଏଜେଣ୍ଟ ନିଯୁକ୍ତି ଓ ରାଜନୈତିକ ଦଳର ଦାୟିତ୍ଵ ବିଷୟରେ ବୁଝାଇଥିଲେ । ଅତିରିକ୍ତ ଜିଲ୍ଲାପାଳ ଭୋଟର ତାଲିକାକୁ ସ୍ୱଚ୍ଛ ଓ ଆଦର୍ଶ କରିବାରେ ରାଜନୈତିକ ଦଳର ଭୂମିକା ଉପରେ ଗୁରୁତ୍ଵ ଦେଇଥିଲେ । ଉପଜିଲ୍ଲାପାଳ ଭବାନୀପାଟଣା ଓ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ସମସ୍ତ ରାଜନୈତିକ ଦଳକୁ ବୁଥ ଲେଭେଲ ଏଜେଣ୍ଟ ନିଯୁକ୍ତି କରିବା ପାଇଁ ଆହ୍ୱାନ ଦେଇଥିଲେ ।