ତାରା-ରମେଶଙ୍କ ବ୍ୟତୀତ କଂଗ୍ରେସର ଅନ୍ୟ ବିଧାୟକ ବିଧାନସଭାରୁ ନିଲମ୍ବିତ

ଭୁବନେଶ୍ବର: ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା କଂଗ୍ରେସ ବିଧାୟକମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସର ୧୨ଜଣ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ଏହି ନିଲମ୍ବନ ତାଲିକାରେ ତାରାବାହିନୀ ପତି ଓ ରମେଶ ଜେନା ନାହାନ୍ତି। ଗୃହକାର୍ଯ୍ୟ ଜାରି ଥିବା ବେଳେ କଂଗ୍ରେସ ବିଧାୟକମାନେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରୁଥିବା ନେଇ ଶାସକ ଦଳ ଅଭିଯୋଗ ଆଣିଛି। ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଆଜି ଅପରାହ୍‌ଣରେ କଂଗ୍ରେସ ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ। ଫଳ ସ୍ବରୂପ କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ଆଗାମୀ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି। ରାମଚନ୍ଦ୍ର କାଡାମ, ସିଏସ୍‌ ରାଜନ ଏକ୍କା, ଦାସରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପାଲାସ୍ବାମୀ, ନୀଳମାଧବ ହିକକା ଏବଂ ସୋଫିଆ ଫିରଦୋସ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି। ନିଲମ୍ବିତ ହୋଇଥିବା କଂଗ୍ରେସର ବିଧାୟକମାନେ ହେଲେ, ରାମଚନ୍ଦ୍ର କାଡାମ, ସିଏସ୍‌ ରାଜନ ଏକ୍କା, ଦାସରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପାଲାସ୍ବାମୀ, ନୀଳମାଧବ ହିକକା ଏବଂ ସୋଫିଆ। ତେବେ ଜୟପୁର ବିଧାୟକ ତାରା ବାହିନୀପତି ଏବଂ ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ ହୋଇଛନ୍ତି। ପୁଣି ବିଧାନସଭାରେ ହଙ୍ଗାମା ଯୋଗୁଁ ୧୫ ମିନିଟ ପାଇଁ ଗୃହ କାର୍ଯ୍ୟ ମୁଲତବି ରଖାଯାଇଥିଲା। ନିଲମ୍ବିତ ବିଧାୟକ ଦାଶରଥୀ ଗମାଙ୍ଗ କହିଛନ୍ତି, ରାଜ୍ୟ ସରକାର କଂଗ୍ରେସର ୧୨ ଜଣ ବିଧାୟକଙ୍କୁ ନିଲମ୍ବନ କରିବା ଦୁର୍ଭାଗ୍ୟର କଥା। କଂଗ୍ରେସର ବିଧାୟକମାନେ ସେମାନଙ୍କର ଦାବି କରୁଥିଲେ। ବାଚସ୍ପତିଙ୍କ ଆଭିମୁଖ୍ୟ ଗଣତନ୍ତ୍ର ପ୍ରତି ବିପଦ ସୂଚନା। କାରଣ ସେ ପକ୍ଷପାତ କରୁଛନ୍ତି। ବିଧାନସଭାରେ ପୂର୍ବରୁ ଏଭଳି ହୋଇ ନଥିଲା ।

Leave a Reply

Your email address will not be published. Required fields are marked *