କଳାହାଣ୍ଡି : ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ପୂର୍ବରୁ ଭବାନୀପାଟଣାରେ କଳାପତାକା ପ୍ରଦର୍ଶନ କଲେ କଂଗ୍ରେସ କର୍ମୀ, ୮ ଗିରଫ

ଭବାନୀପାଟଣା (ପର୍ଶୁରାମ ସିନ୍ଦୁର, ଓଡ଼ିଶା ଟୁଡେ ) : ଆଜି ଭବାନୀପାଟଣାର କ୍ରିଷ୍ଣାନଗର ପଡ଼ିଆଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ମଧ୍ୟ ଉପସ୍ଥିତ ରହିବେ। ହେଲେ ଏହା ପୂର୍ବରୁ କଂଗ୍ରେସ କର୍ମୀମାନେ ମଞ୍ଚ ନିକଟରେ କଳାପତାକା ପ୍ରଦର୍ଶନ କରିଛନ୍ତି। ପୁଲିସ ଘଟଣାସ୍ଥଳରୁ ୮ଜଣ କଂଗ୍ରେସ କର୍ମୀଙ୍କୁ ଉଠାଇନେଇଛି। ସେମାନଙ୍କୁ ଗିରଫ କରାଯାଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ । ଏଥିପାଇଁ ଅନଲାଇନ ଆବେଦନ ଖୋଲିବ । ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ଆବଦନ କରିହେବ । ବଜେଟ୍‌ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖାଯାଇଛି ।

ମୋହନ ସରକାର ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ ` ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟ୍‌ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି । ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ । ଏଥିପାଇଁ ଅନଲାଇନ ଆବେଦନ ଖୋଲିବ ।

ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ଆବଦନ କରିହେବ । ବଜେଟ୍‌ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖାଯାଇଛି । ମୋହନ ସରକାର ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ ` ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟ୍‌ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।

Leave a Reply

Your email address will not be published. Required fields are marked *