ପୁରୀରେ ବିଜେପିର ପ୍ରଶିକ୍ଷଣ ଶିବିର ଉଦଘାଟନ କଲେ ଜେ.ପି ନଡ୍ଡା, ନେତାଙ୍କୁ ଦେଉଛନ୍ତି ଗୁରୁମନ୍ତ୍ର

ଭୁବନେଶ୍ବର: ପୁରୀରେ ଆରମ୍ଭ ହେଲା ନଡ୍ଡାଙ୍କ ପାଠଶାଳା । ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ କଲେ ଜେ.ପି ନଡ୍ଡା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ୱଳନ କରି ପ୍ରଶିକ୍ଷଣ ଶିବିରକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଉଦଘାଟନ କରିଥିବା ବେଳେ ସାମିଲ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।ତେବେ ସ୍ବାମୀ ନାରାୟଣ ମନ୍ଦିରରେ ଆଜି ଠାରୁ ଏହି ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଚାଲିବାକୁ ଥିବା ବେଳେ ବିଜେପିର ସାଂସଦ ଓ ବିଧାୟକଙ୍କୁ ପ୍ରଶିକ୍ଷଣ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ସଙ୍ଗଠନ ଓ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ଵୟ କେମିତି ରଖାଯିବ ? କେମିତି ତୃଣମୂଳ ସ୍ତରରେ ଲୋକଙ୍କ ସହ ମିଶିବେ ଜନପ୍ରତିନିଧି ଓ ନେତା, କେମିତି ଲୋକଙ୍କ ସହ ଉତ୍ତମ ମନ୍ତବ୍ୟ ରଖିବେ ସେନେଇ ନଡ୍ଡାଙ୍କ ଠାରୁ ତାଲିମ ନେବେ ନେତା । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା, ଲୋକଙ୍କ ପାଖରେ ପହଞ୍ଚାଇବାକୁ ନଡ୍ଡା ତାଲିମ ଦେବେ । ରାଜ୍ୟରେ ବିଜେପି ସରକାର ଗଠନ ହେବାପରେ ଦ୍ଵିତୀୟ ଥର ପାଇଁ ଆୟୋଜନ ହୋଇଛି ଏହି ପ୍ରଶିକ୍ଷଣ ଶିବିର ।

Leave a Reply

Your email address will not be published. Required fields are marked *