ଘଟଗାଁ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼: ମା’ଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଘଟଗାଁ: ମହାବିଷୁବ ବା ପଣା ସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲ୍ଲା ଘଟଗାଁ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ମା’ ତାରିଣୀଙ୍କର ୮୯ ତମ ଚଇତି ପର୍ବର ଆଜି ୬ଷ୍ଠ ଦିନ ତଥା ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ଆଜି ମା’ଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଛି ।ଆଜି ଦିନ ସାଢ଼େ ୧୨ ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା’ ତାରିଣୀଙ୍କୁ ଦର୍ଶନ କରି ମା’ଙ୍କର କୃପାଲାଭ କରିବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି, ଶ୍ରଦ୍ଧାଳୁଙ୍କର ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିରରେ ଭଜନ, ନୃତ୍ୟ,ଗୀତ ଆୟୋଜନ କରାଯାଉଛି । ଶ୍ରଦ୍ଧାଳୁଙ୍କୁ ମାଗଣାରେ ଅନ୍ନପ୍ରସାଦ ଓ ପଣା ବଣ୍ଟନର ବ୍ୟବସ୍ଥା କରାଯାଇଛି ।

Leave a Reply

Your email address will not be published. Required fields are marked *