
ଭୁବନେଶ୍ବର: ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓଡ଼ିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ । ଆନନ୍ଦ ଉଲ୍ଲାସର ଏହି ପର୍ବ ଆମକୁ ଆମ ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ମଧ୍ୟ ଦେଇଥାଏ । ଏହି ଅବସରରେ ମୁଁ ସମସ୍ତଙ୍କର ସୁଖସମୃଦ୍ଧି କାମନା କରୁଅଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଶୁଭକାମନା। ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ।