ଭଞ୍ଜନଗର : ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୁର୍ଣ


ଭଞ୍ଜନଗର ( ଅମରେନ୍ଦ୍ର କୁମାର ପଟ୍ଟନାୟକ,ଓଡ଼ିଶା ଟୁଡେ):
ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରି ଜାତୀୟ ପଞ୍ଚାୟତିରାଜ ଦିବସର ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ବ୍ଲକ ଅଧ୍ୟକ୍ଷ ନାରୀସଭା ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପଞ୍ଚାୟତଗୁଡ଼ିକୁ ବିପୁଳ ଅନୁଦାନ ସିଧା ଦେଉଛନ୍ତି ବୋଲି କହିଥିଲେ। ଲୋକେ ତାହାର ସୁଫଳ କିଭଳି ଅଧିକରୁ ଅଧିକ ପାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ବ୍ଲକ ଅଧ୍ୟକ୍ଷ ନାୟକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା ପରିଷଦ କନ୍ଧମାଳ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ସରପଞ୍ଚ ପ୍ରତିନିଧି ସୁବାସ ଚନ୍ଦ୍ର ବରାଡ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଗୌରୀ ଶଙ୍କର ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ପଞ୍ଚାୟତ ମନିଟରିଂ ସିଷ୍ଟମର ଶୁଭାରମ୍ଭ କରିଥିଲେ। ଶେଷରେ ବିଭିନ୍ନ ପଞ୍ଚାୟତ ଏବଂ କର୍ମଚାରୀକୁ ବ୍ଲକ୍‌ ଅଧ୍ୟକ୍ଷ ସମ୍ବର୍ଦ୍ଧିତ କରିଥିଲେ।

Leave a Reply

Your email address will not be published. Required fields are marked *