କଳାହାଣ୍ଡି : ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବ ଜୟନ୍ତୀ ପାଳିତ

କଳାହାଣ୍ଡି(ପର୍ଶୁରାମ ସିନ୍ଦୁର, ଓଡିଶା ଟୁଡ଼େ ) : କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା। ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଙ୍କ ତ୍ୟାଗ ଓ ଆଦର୍ଶ ଜୀବନୀ ଉପରେ ଆଲୋକପାତ କରି ଆଜିର ଛାତ୍ର ଛାତ୍ରୀ ଯୁବପିଢ଼ି ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଭଲ ମଣିଷ ହେବା ପାଇଁ ଆହ୍ଵାନ ଦେଇଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଶାନ୍ତ ସିଂ,ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ସାଂସଦ କଳାହାଣ୍ଡି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ବକ୍ତା ଭାବେ ଶିକ୍ଷାବିତ୍ ଡକ୍ଟର ଉମେଶଚନ୍ଦ୍ର ଶତପଥି, ଅଧ୍ୟାପକ ପରମେଶ୍ଵର ମୁଣ୍ଡ ଯୋଗଦେଇ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ସ୍ମୃତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ଅଧିକାରୀ,ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହିତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ। ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମହାନନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *