ଭଞ୍ଜନଗର : ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ

ଭଞ୍ଜନଗର (ଅରକ୍ଷିତ ପରିଛା , ଓଡ଼ିଶା ଟୁଡେ) : ଅଦ୍ୟ ତା ୨୯.୪.୨୫ ରିଖ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ଶିକ୍ଷା ନୀତି ୨୦୨୦ କୁ ଶିକ୍ଷା ବର୍ଷ (୨୦୨୫-୨୦୨୬) ରେ ଲାଗୁ ହେବାକୁ ଯାଉଥିବା ବେଳେ ଶିଶୁ ମାନଙ୍କର ସର୍ବାଙ୍ଗୀନ ବିକାଶ ନିମନ୍ତେ ପ୍ରଥମ ଶ୍ରେଣୀ ର ଅଭିଭାବକ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ “କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।କାନ୍ଧମାଳ ଜିଲ୍ଲା ସହ ପ୍ରମୁଖ ତ୍ରିନାଥ ଗୌଡ଼ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍ଘାଟନ କରିଥିଲେ ।ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ଯୁଗ୍ମ ସମ୍ପାଦକ ଗଙ୍ଗାଧର ଦାଶ,କୋଷାଧ୍ୟକ୍ଷ ଏସ. ଗୁପ୍ତେଶ୍ଵର ସୁବୁଦ୍ଧି ଯୋଗଦେଇଥିଲେ।ଗୁରୁମା ମାଧୁରୀ ଜେନା ଶିଶୁ ଙ୍କ ସର୍ବାଙ୍ଗୀନ ବିକାଶ ଦିଗରେ ମାର୍ଗଦର୍ଶନ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ସହ ପ୍ରଧାନ ଆଚାର୍ଯ୍ୟ ଉତ୍ତମ କୁମାର ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ ।ଗୁରୁମା ରଶ୍ମିତା ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ,କୃତଜ୍ଞତା ଜ୍ଞାପନ କରିଥିଲେ ଗୁରୁମା ଅନିତା କୁମାରୀ ଜେନା କାର୍ଯ୍ୟକ୍ରମ ପରିଚାଳନା ରେ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *