କିଟ୍‌ ବିଶ୍ବବିଦ୍ୟାଳୟରେ ପୁଣି ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌) ବିଶ୍ବବିଦ୍ୟାଳୟରେ ପୁଣି ଏକ ବଡ଼ଧରଣର ଅଘଟଣ ଘଟିଛି। ଏଠାରେ ପଢୁଥିବା ଜଣେ ବିଦେଶୀ ଛାତ୍ରୀ ଜୀବନ ହାରିଥିବା ନେଇ ଗୁରୁବାର ସନ୍ଧ୍ୟାରେ ସୂଚନା ମିଳିଛି। ମୃତ ଛାତ୍ରୀ ପ୍ରୀଶା ଶାହ ନେପାଳର ବୀରଗୁଂଜର ବାସିନ୍ଦା। ତାଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। କିଟ୍‌ ଛାତ୍ରୀନିବାସ ଭିତରେ ନେପାଳୀ ଛାତ୍ରୀ ଜୀବନ ହରାଇଥିବା ନେଇ ପୁଲିସ କମିସନର ସୁରେଶ ଦେବଦତ୍ତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ ନେପାଳର ଛାତ୍ରୀ ପ୍ରୀଶା ଶାହ କିଟ୍‌ରେ ଇଂଜିନିୟରିଂ ପଢୁଥିଲେ। ସେ କମ୍ପ୍ୟୁଟର ସାଇନ୍ସ ବିଷୟରେ ପ୍ରଥମ ବର୍ଷର ଛାତ୍ର ଥିଲେ ଏବଂ ଛାତ୍ରାବାସରେ ରହୁଥିଲେ ବୋଲି କୁହାଯାଉଛି। କ୍ୟାମ୍ପସ୍‌ରେ ଛାତ୍ରୀ ଜଣକ ଜୀବନ ହାରିଛନ୍ତି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ଏଯାଏଁ ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ। ତେବେ ରିପୋର୍ଟ ଲେଖାଯିବା ସୁଦ୍ଧା ଏନେଇ କିଟ୍‌ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ। ଘଟଣାସ୍ଥଳରେ ଇନ୍‌ଫୋସିଟି ଥାନା ପୁଲିସ ତଦନ୍ତ ଜାରି ରଖିଛି। ପୁଲିସ କମିସନର, ଡିସିପି ଓ ଅତିରିକ୍ତ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଅଛନ୍ତି। ନେପାଳୀ ଛାତ୍ରୀ ଜଣକ ବି.ଟେକ୍‌ ପ୍ରଥମ ବର୍ଷର ଛାତ୍ରୀ ଥିଲେ ଏବଂ ଛାତ୍ରୀନିବାସ-୪ରେ ରହୁଥିଲେ ବୋଲି କୁହାଯାଉଛି। କ୍ୟାମ୍ପସ୍‌ରେ ଛାତ୍ରୀ ଜଣକ ଜୀବନ ହାରିଛନ୍ତି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ଏଯାଏଁ ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ। ସୂଚନାଯୋଗ୍ୟ, ଦେଶର ଏହି ଜଣାଶୁଣା ଶିକ୍ଷାନୁଷ୍ଠାନରେ ଗତ କିଛି ମାସ ପୂର୍ବରୁ ଜଣେ ଛାତ୍ରୀ ଜୀବନ ହାରିଥିଲେ। ସଂପୃକ୍ତ ଛାତ୍ରୀ ଜଣକ ମଧ୍ୟ ନେପାଳର ବାସିନ୍ଦା ଥିଲେ ଏବଂ କିଟ୍ ବିଶ୍ବବିଦ୍ୟାଳୟରେ ପାଠ ପଢୁଥିବା ବେଳେ ହଷ୍ଟେଲରେ ରହୁଥିଲେ। ଛାତ୍ରୀଙ୍କ ମୃତ୍ୟୁ ନେଇ ଓଡ଼ିଶା ସମେତ ଦେଶର ପ୍ରମୁଖ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଥିଲା। ଆତ୍ମହତ୍ୟା ସାରା ବିଶ୍ବରେ ଚହଳ ପକାଇଥିଲା। ଏପର୍ଯ୍ୟନ୍ତ ମଧ୍ୟ ସମାଧାନ ହୋଇପାରି ନାହିଁ। ଏହାରି ଭିତରେ ପୁଣିଥରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ବିବାଦର ମୁଣ୍ଡ ଟେକିଛି ।

Leave a Reply

Your email address will not be published. Required fields are marked *