
ଭଞ୍ଜନଗର ( ଅମରେନ୍ଦ୍ର କୁମାର ପଟ୍ଟନାୟକ,ଓଡ଼ିଶା ଟୁଡେ ) : ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଗାଲେରୀ ଦଣ୍ଡପାଣି ମହାରଥା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁଶାନ୍ତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଭଞ୍ଜନଗର ବ୍ଲକ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ନରିସଭା ନାୟକ କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଥିବା ବେଳେ ମୁଖ୍ୟବକ୍ତା ଭାବାରେ ଜଗନ୍ନାଥ ପ୍ରସାଦ ମହାବିଦ୍ୟାଳୟ ଅବସରପ୍ରାପ୍ତ ଅଧ୍ୟାପକ ଲୋକନାଥ ମହାନ୍ତି ଯୋଗ ଦେଇ ଛାତ୍ର ଛାତ୍ରୀଙ୍କ ଚରିତ୍ର ଗଠନରେ ଗୁରୁଙ୍କ ଅବଦାନ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନୀତ ଅତିଥି ରୂପେ ଗାଲେରୀ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସୁମିତ୍ରା ଗୌଡ଼, ସାଦ୍ଦୁଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଦାମ ଦଳବରା,ମହାବିଦ୍ୟାଳୟ ଅଧ୍ୟାପକ ଶ୍ରୀତେଶ ଦାସ,ମହାବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ପ୍ରଶାନ୍ତ କୁମାର ଦିଗାଲ,ବିଶିଷ୍ଟ ଶିକ୍ଷାବିତି ମାନସ କୁମାର ପଣ୍ଡା ଏହି ଉତ୍ସବରେ ଯୋଗ ଦେଇ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ କରି ଉତ୍ସାହିତ କରାଯାଇଥିଲା। ଅଧ୍ୟାପକ ଦୁର୍ଗାମାଧବ ଦାସ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ , ମହାବିଦ୍ୟାଳୟ କମ୍ପୁଟର ପରିଚାଳକ ବିରୁପାକ୍ଷ ସାହୁ, ବଙ୍ଗାଲି ସେଠି, ଶୟନ, ଆକାଶ, ସାଗର, ଶ୍ରୀକାନ୍ତ, ପବିତ୍ର, ଶିଶିର, ଶୁଭଶ୍ରୀ, ଶିବାନୀ, ପ୍ରମୁଖ ସହଯୋଗ କରିଥିଲେ ।