
ପୁରୀ (ବଳରାମ ତ୍ରିପାଠୀ, ଓଡ଼ିଶା ଟୁଡେ): କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଗୁରୁବାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ସହ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି।କୃଷି ସଚିବ ଏବଂ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢୀଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ।ଶିବରାଜ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ସହିତ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ପ୍ରାର୍ଥନା କରି ଆଶୀର୍ବାଦ ଲୋଡ଼ିଥିଲେ।ଦର୍ଶନ ପରେ, ଶିବରାଜ ଗଣମାଧ୍ୟମ ସହିତ ଆଲୋଚନା କରିଥିଲେ। ପୁରୀରୁ କେନ୍ଦ୍ର ସରକାରଙ୍କ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ ବିଷୟରେ ସୂଚନା ପ୍ରଦାନ କରିଥିଲେ।ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେବା ପରେ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ସାକ୍ଷୀଗୋପାଳ କୃଷି ବିଜ୍ଞାନ କେନ୍ଦ୍ରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।