ଛତ୍ରପୁର ରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ବିକାଶ ବାହାନର ଶୁଭାରମ୍ଭ

ଛତ୍ରପୁର ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା ସ୍ତରୀୟ ବିକାଶ ବାହାନର ଶୁଭାରମ୍ଭ ହୋଇଛି l ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ବାହାନର ଶୁଭାରମ୍ଭ ହୋଇଛି l ବ୍ରହ୍ମପୁର ସାଂସଦ ଡ଼ଃ. ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣ ଚଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ଗଞ୍ଜାମ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା ପ୍ରମୁଖ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ l ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଏହି ବାହାନ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନ ବୁଲି ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରାଇବ l

Leave a Reply

Your email address will not be published. Required fields are marked *