
ଭଞ୍ଜନଗର (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି ଓଡ଼ିଶା ଟୁଡେ): ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ସାରା ଦେଶ ଓ ପୃଥିବୀରେ ଯୋଗ ଦିବସ ପାଳିତ ହେଉଛି। ଏଥିପାଇଁ ଚାରିଆଡେ ଯୋଗ ଶିବିର ଆୟୋଜିତ ହେଉଥିଲା ବେଳେ ଶିବିରରେ ଶରୀର ପ୍ରତି ଯୋଗର ଉପକାରିତା ଓ ଦୈନନ୍ଦିନ ଜୀବନ ଉପରେ ଲୋକ ଙ୍କୁ ସଚେତନ କରାଯାଉଛି। ଏହି ଅବସରରେଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଶନିବାର ଅନ୍ତର୍ଜାତୀୟ ଯୋଗ ଦିବସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସହରର ପାତ୍ର କୋଳେନି ରେ ଅନୁଷ୍ଠିତ ବୃକ୍ଷରୋପଣ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର,ଉପାଧ୍ୟକ୍ଷା ଶୁଭଶ୍ରୀ ଦାସ, ନଗର ସାଂସଦ ପ୍ରତିନିଧି ସନ୍ତୋଷ କୁମାର ତିଆଡ଼ି, ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ କୁମାର ମାହାର,କନିଷ୍ଠ ଯନ୍ତ୍ରୀ ଦିଲୀପ କୁମାର ମିଶ୍ର,ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ,ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁର୍ଣଚନ୍ଦ୍ର ପାଢ଼ୀଙ୍କ ସମେତ ସମସ୍ତ କାଉନସିଲର ଓ ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ ।