ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା, ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର ୦୭/୦୭ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି ଓଡ଼ିଶା ଟୁଡେ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି।ଏକାଡେମୀର ହିମାଂଶୁ ଲାଲ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବି. ଭିଜନ ପାତ୍ର ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ଅମ୍ଳାନ ଆଦିତ୍ୟ ସେଠୀ, ବି.ସୋହମ ରାଓ ଦୋରା ଏବଂ ଘନଶ୍ୟାମ ନାୟକ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହି ସଫଳତାକୁ ନେଇ କୋଚ୍‌ ସୋମନାଥ ସେଠୀ ଖୁସିବ୍ୟକ୍ତ କରିବା ସହ କୃତୀ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *