ଓଡିଶା ସାହିତ୍ୟ ଏକାଡେମୀ ର ସ୍ଵ-ନକ୍ଷତ୍ର ଦିବସ – ୨୦୨୫ ସଭା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ

ଭବାନୀପାଟଣା (ପର୍ଶୁରାମ ସିନ୍ଦୁର, ଓଡ଼ିଶା ଟୁଡେ): ତା. ୦୮.୦୭.୨୦୨୫ : ଓଡିଶା ସାହିତ୍ୟ ଏକାଡେମୀ ର ସ୍ଵ-ନକ୍ଷତ୍ର – ୨୦୨୫ ପାଳନ ଅବସରରେ ଓଡିଶା ସାହିତ୍ୟ ଏକାଡ଼େମୀ ଓ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଷଷ୍ଠ ଶ୍ରେଣୀ ରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରବନ୍ଧ, ବକ୍ତୃତା, ସାଧାରଣ ଜ୍ଞାନ ଓ କବିତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାର ୧୩ ଗୋଟି ବ୍ଲକ ରୁ ଛାତ୍ରଛାତ୍ରୀମାନେ ଆସି ଅଂଶ ଗ୍ରହଣ କରିଥିଲେ । ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଜୁନିଅର୍ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ଆସନ୍ତା ତା. ୧୩.୦୭.୨୦୨୫ ରିଖରେ ଏବଂ ବରିଷ୍ଠ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ତା. ୨୦.୦୭.୨୦୨୫ ରିଖ ଦିନ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ । ଏହି ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ କଳାହାଣ୍ଡି ତରଫରୁ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା , ସଭା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ (ସା) ତନ୍ମୟ କୁମାର ଦରୱାନ ଯୋଗଦେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହିତ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏଥିରେ ସମ୍ମାନିତ ଅତିଥିଭାବେ ଡି.ଡି. ପ୍ଲାନିଙ୍ଗ ଶ୍ରୀକାନ୍ତ ଦଳେଇ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ପ୍ରଧାନ ଶିକ୍ଷକ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରକାଶ ଚନ୍ଦ୍ର ମିଶ୍ର, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିକ୍ଷା ବିଭାଗର ସୋମନାଥ ସାହୁ ପରିଚାଳନା କରିଥିବା ବେଳେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *