ପୁରୀ : ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(ବଳରାମ ତ୍ରିପାଠୀ , ପୁରୀ ଜିଲ୍ଲା ପ୍ରତିନିଧି ଓଡ଼ିଶା ଟୁଡେ) : ଗୁରୁବାର ଶ୍ରାବଣ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ପ୍ରାୟ ସାଢେ ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ। ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ । ସେହି ଦିନର ଠାକୁରଙ୍କ ନୀତି ଅନୁସାରେ ବନକଲାଗି ଓ ଦର୍ଶନ କଟକଣା ସମୟ ସ୍ଥିର ହେବ ।

Leave a Reply

Your email address will not be published. Required fields are marked *