ଭଂଜନଗରରେ ଜିଲ୍ଲାପାଳ ଙ୍କ ମିଳିତ ଅଭିଯୋଗ ଶୁଣାଣୀ

ଭଞ୍ଜନଗର ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ) : ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ସୋମବାର ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା,ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା,ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକ ଶୁଭେନ୍ଦୁ କୁମାର ପାତ୍ର,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ,ଉପଜିଲ୍ଲାପାଳ ଉମାଶଙ୍କର ବେହେରା, ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରିଣୀ ଭିପାସା ପାରୁଲ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣୀ କରିଥିଲେ। ଏଥିରେ ମୋଟ ୨୧୭ ଟି ଆବେଦନ ଆସିଥିଲା। ରେଡ଼କ୍ରସ ପାଣ୍ଠିରୁ ଜଣଙ୍କୁ ୧୦ ହଜାର ଓ ଅନ୍ୟ ଜଣକୁ ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ଜବରଦଖଲ,ଆବାସ ଯୋଜନା,ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା,ଭୂମିହୀନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ସଂର୍ପକରେ ପ୍ରମୁଖ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ, ବିଡିଓ ଭାରତୀ ଦେବୀ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମାହାର, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *