ଆସନ୍ତା ୨୮ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ଆସନ୍ତାକାଲିଠୁ ଅନଲାଇନ ପଞ୍ଜୀକରଣ

ଭୁବନେଶ୍ଵର: ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ସେହିଦିନ ସକାଳ ୮ ଘଟିକାରୁ ଭୁବନେଶ୍ଵରର ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭନ୍ନ ଅଭିଯୋଗ ଶୁଣିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୫ ତାରିଖଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜନ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଜନସାଧାରଣ ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଅଛି।

Leave a Reply

Your email address will not be published. Required fields are marked *