୨ ଦିନ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା 2 ଦିନ ଓଡ଼ିଶାରେ ପ୍ରବଳ ବର୍ଷା । ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବିଶେଷ କରି ଉତ୍ତର ଆଭ୍ୟନ୍ତରଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଗାମୀ 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗାମୀ 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ 5 ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସୁବ ଜିଲ୍ଲାରେ ଝଟକା ପବନର ଘଣ୍ଟାପ୍ରତି ବେଗ 30-40 କିମି ରହିବ ।

ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ ହୋଇଥିବା ଜିଲ୍ଲା ଗୁଡିକରେ 30-40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ମୌସୁମୀ ସ୍ଥିତି:ମୌସୁମୀ ବାୟୁ ଏବେ ଦିଲ୍ଲୀର ଶ୍ରୀଗଙ୍ଗାନଗର, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ, ସତନା, ଡାଲଟନଗଞ୍ଜ, ଜାମସେଦପୁର, ଦୀଘା ଉପରେ ଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଏବଂ ସେଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗରକୁ ଗତି କରୁଛି ।

Leave a Reply

Your email address will not be published. Required fields are marked *