
ପୁରୀ (ବଳରାମ ତ୍ରିପାଠୀଙ୍କ ରିପୋର୍ଟ, ଓଡ଼ିଶା ଟୁଡେ): ଯଦି ଆଜି ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାଉଛନ୍ତି ତେବେ ଏହି ଖବରଟି ଆପଣଙ୍କ ପାଇଁ। ଆଜି ବନକଲାଗି ନୀତି ପାଇଁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।