ଏମକେସିଜିରେ ପୁଣି ଅଭାବନୀୟ ଦୃଶ୍ୟ

ବ୍ରହ୍ମପୁର ୦୪/୦୮ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗୋଟିଏ ଅକ୍ସିଜେନ୍ ସିଲିଣ୍ଡରରୁ ଦୁଇ ଜଣ ନବଜାତ ଶିଶୁଙ୍କୁ ଅକ୍ସିଜେନ୍ ପ୍ରଦାନ କରାଯାଉଛି। ଶିଶୁ ବିଭାଗ ଅଧୀନରେ ଚିକିତ୍ସିତ ହେଉଥିବା ଶିଶୁଙ୍କୁ ସୁପର ସ୍ପେସିଆଲୋଟି କୋଠାକୁ ଇକୋ ନିମନ୍ତେ ଅଣାଯାଇଥିବା ବେଳେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଗତ ଦୁଇ ବର୍ଷ ପୂର୍ବେ ଏଭଳି ସମାନ ଦୃଶ୍ୟ ଦେଖିବାକୁ ମିଳିଥିଲା। ତେବେ ଗୋଟିଏ ଅକ୍ସିଜେନ୍ ସିଲିଣ୍ଡରରୁ ଦୁଇ ଜଣ ଶିଶୁଙ୍କୁ ଅକ୍ସିଜେନ୍ ପ୍ରଦାନ କେତେ ଯୁକ୍ତିଯୁକ୍ତ ରହିଛି। ଶିଶୁ ବିଭାଗ ଡାକ୍ତରଙ୍କ ଏଭଳି ନିଷ୍ପତିରୁ ଉଭୟ ଶିଶୁ କେତେ ସୁରକ୍ଷିତ ଦେଖିବାକୁ ବାକି ରହିଲା ।

Leave a Reply

Your email address will not be published. Required fields are marked *