୧୩ରେ ଘୂର୍ଣ୍ଣିବଳୟ ସମ୍ଭାବନା, ୧୭ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର କିମ୍ବା ଏହାର କିଛି ଦକ୍ଷିଣରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହା ପରବର୍ତ୍ତୀ ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟରେ ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ । କେନ୍ଦ୍ରୀୟ ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ ଧରଣର ବର୍ଷା ହୋଇାପାରେ । ସେହିପରି ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଅନ୍ୟପଟେ ଆଜି ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଲି ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦କିମି ବେଗରେ ଝଟକା ପବନ ନେଇ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୭ ତାରିଖ ଦିନ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନକେନ୍ଦ୍ର । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *