
ଭୁବନେଶ୍ଵର : ସୃଷ୍ଟି ହେଲା ଲଘୁଚାପ ! । ପଶ୍ଚିମ କେନ୍ଦ୍ରୀୟ ନିକଟସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପ । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୧୭ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୩, ୧୪ ଏବଂ ୧୫ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ବିଜୁଳି, ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମତ୍ସ୍ୟଜୀବୀଙ୍କୁ ଆଜିଠୁ ୧୬ ତାରିଖ ଯାଏ ସମୁଦ୍ର ମନା