ପ୍ରବଳ ବର୍ଷା ପାଇଁ ଆଜି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି,୨୪ ତାରିଖ ପରେ କମିବ ବର୍ଷା ପରିମାଣ

ଭୁବନେଶ୍ୱର : ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଅଧାରୁ ଅଧିକ ଜିଲ୍ଲାକୁ ୟେଲୋ ଆଲର୍ଟ । ପ୍ରବଳ ବର୍ଷା ପାଇଁ ଆଜି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓଡିଶା ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ କରାଯାଇଛି । ସେହିପରି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।ଆସନ୍ତାକାଲି ମଧ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ସମ୍ଭାବନା ରହିଛି । ୨୪ ତାରିଖ ପରଠାରୁ କମିବ ବର୍ଷା ପରିମାଣ ।