ପ୍ରବଳ ବର୍ଷା ଆଶଙ୍କା: ଆଜି ମାଲକାନଗିରିରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଗତକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆଜି ଉପକୂଳ ଓଡିଶା ସମେତ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଏହି ଲଘୁଚାପ ଆସନ୍ତାକାଲି ଅବପାତ ରୂପ ନେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।ଲଘୁଚାପକୁ ଦୃଷ୍ଟିରେ ରଖି ମାଲକାନାଗିର ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଏହାପରେ ପରେ ପୁଣି ଏକ ଳଗୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛ। ଘରୋଇ, ସରକାରୀ ଓ ଅନୁଦାନପ୍ରାପ୍ତ ସମସ୍ତ ସ୍କୁଲ ବନ୍ଦ ରହିବ । ତେବେ ଶିକ୍ଷକ, ପ୍ରଧାନଶିକ୍ଷକ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ। ଏହାର ପ୍ରଭାବରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସହିତ ଅନ୍ୟାନ୍ୟ ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।