
ଭଞ୍ଜନଗର ୨୮/୦୯ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅଧୀନ ଗୌଡ଼ିଆ ପଢାଳ ରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଲଷ୍ମୀ ମଲ୍ଲିକ (୫୫)। ଲଷ୍ମୀ ଗତ କାଲି ରାତ୍ର ଭୋଜନ ପରେ ଘରେ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ତାଙ୍କୁ କୌଣସି ଏକ ବିଷଧର ସାପ କାମୁଡି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ସେ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରିଥିଲେ। ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଲଷ୍ମୀ ଙ୍କ ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ପୁଲିସ ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।