
ଭଞ୍ଜନଗର ୦୪/୧୧ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତା କୁଲାଡ ଉପର ବାଗ୍ଦେବୀ ମନ୍ଦିର ସମ୍ମୁଖରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କୁଲାଡର ଶଙ୍କର ମହାରଣା ନାମକ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏଥିସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଛି।
ସୁଚନାନୁସାରେ,ଶଙ୍କର କୌଣସି ଏକ କାମରେ ଭଞ୍ଜନଗର ଆସି ସନ୍ଧ୍ୟାରେ ବାଇକ୍ ଯୋଗେ ଭଞ୍ଜନଗରରୁ ଗ୍ରାମ ଅଭିମୁଖେ ଫେରୁଥିଲେ।ହେଲେ ଘର ଠାରୁ ମାତ୍ର ୫୦୦ ମିଟର ଦୂର ଉପର ବାଗଦେବୀ ମନ୍ଦିର ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ତାଙ୍କର ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଶଙ୍କର ଗୁରୁତର ହୋଇ ପଡ଼ିଥିଲେ। ଗ୍ରାମବାସୀ ଶଙ୍କରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ନେଇଥିଲେ। ମେଡ଼ିକାଲରେ ଶଙ୍କରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।