ଭଞ୍ଜନଗର ଏନଏସି ର ପୂର୍ବତନ କାଉନସିଲର ଙ୍କ ଦେହାନ୍ତ

ଭଞ୍ଜନଗର,୧୬।୧୨ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ) : ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ ନିର୍ବାଚିତ ହୋଇଥିଲେ। ସାରଦା ଆଜକୁ କିଛି ମାସ ହେବ ଅସୁସ୍ଥ ହୋଇ ଆନ୍ଧ୍ରପ୍ରଦେଶର ପାଲସାରେ ତାଙ୍କ ବାପ ଘରେ ରହୁଥିଲେ। ଅପରାହ୍ନରେ ତାଙ୍କ ଦେହାନ୍ତ ହୋଇଛି। ଏହି ଖବର ଭଞ୍ଜନଗରରେ ପହଞ୍ଚିବା ପରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ପ୍ରସାଦ ପ୍ରଧାନ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।