
ଜଗନ୍ନାଥପ୍ରସାଦ, ୨୦/୧୨ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଅଚ୍ୟୁତାନନ୍ଦ ଆଶ୍ରମ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଆଲୋକ ଚନ୍ଦ୍ର ପୃଷ୍ଟି ଅତିଥି ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଅଧିକାରିଣୀ, ଜଗନ୍ନାଥପ୍ରସାଦର କଲ୍ୟାଣୀ ପାଢ଼ୀ ମହୋଦୟା ଯୋଗଦେଇ ଶିକ୍ଷାର ମହତ୍ତ୍ଵକୁ ଗୁରୁତ୍ୱ ଦେଇ ବିଦ୍ୟା ଅଧ୍ୟୟନ ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ବାନ ଦେଇଥିଲେ । ଏହା ସହ ପ୍ରତିଭାସମ୍ପନ୍ନ ବିଦ୍ୟାର୍ଥୀ ଓ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ସମ୍ମାନିତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ମଲ୍ଲିକ ବାର୍ଷିକ ବିବରଣୀ ପାଠ କରିଥିଲେ | ମୁଖ୍ୟ ବକ୍ତା ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମାଧବ ସାହୁ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କମଳ ଲୋଚନ ପଣ୍ଡା, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଫୁଲ କୁମାର ସାହୁ, ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଶ୍ରୀଯୁକ୍ତ ଲବ ଶତପଥି, ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଗୌରାଙ୍ଗ ପାଣିଗ୍ରାହୀ, ଅବସରପ୍ରାପ୍ତ ସହକାରୀ ଶିକ୍ଷକ ନୀଳାମ୍ବର ନାୟକ, ଅବସରପ୍ରାପ୍ତ ପ୍ରଶିକ୍ଷକ ଦେବେନ୍ଦ୍ରନାଥ ବେହେରା ଓ ବିଦ୍ୟାଳୟ ପରିଚାଳନା ଓ ବିକାଶ କମିଟି ସଭ୍ୟ ଚକ୍ରପାଣି ନାୟକ ଓ କୃପାସିନ୍ଧୁ ନାୟକ ମଞ୍ଚାସୀନ ହୋଇ ନିଜ ନିଜର ପୂର୍ବ ଅନୁଭୂତି ସହ ଛାତ୍ରଛାତ୍ରୀଙ୍କୁ ମହତ ଉପଦେଶ ଦେଇଥିଲେ l ଇତ୍ୟବସରରେ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ଓ ପ୍ରଶଂସାପତ୍ର ଗୁଡିକୁ ବଣ୍ଟନ କରାଯାଇଥିଲା l କାର୍ଯ୍ୟକ୍ରମର ଦ୍ଵିତୀୟାର୍ଦ୍ଧରେ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଗୋବିନ୍ଦ ସାହୁଙ୍କ ନିର୍ଦ୍ଦେଶନାରେ ନବମ ରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା | କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀ ସାମିଲ ହୋଇ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଦେଇଥିଲେ l ପରିଶେଷ ରେ ସହକାରୀ ଶିକ୍ଷକ ସବୁଜ କୁମାର ସାହୁ ଦ୍ଵାରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା l