ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ବୁଗୁଡ଼ା,୨୬/୦୧(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ନିକଟସ୍ଥ ଶିକ୍ଷାନୁଷ୍ଠାନରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସମସ୍ତ ବିଦ୍ୟାଳୟରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରାଯାଇ ଦେଶର ବୀର ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ନିୟୁ ଏରା ପବ୍ଲିକ୍ ସ୍କୁଲ, ସାଇ ସରସ୍ବତୀ ଶିଶୁ ମନ୍ଦିର, ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲ, ଶୋଭନୀୟ ପବ୍ଲିକ୍ ସ୍କୁଲ୍, ପିପୁଲ୍ସ ହାଇସ୍କୁଲ, ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ବୁଦ୍ଧଗିରି ବିଦ୍ୟାପୀଠ ସମେତ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଉତ୍ସବ ପାଳିତ ହୋଇଛି।