କରସିଂଙ୍ଗ ପଞ୍ଚାୟତରେ ବିଜେପିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

ବୁଗୁଡ଼ା, ୨୮/୦୧(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରସିଂଙ୍ଗ ପଞ୍ଚାୟତ ହାଇସ୍କୁଲ ଖେଳ ପଡିଆଠାରେ ଆଜି ବିଜେପି ପକ୍ଷରୁ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଯୁବ ନେତା ନିରଞ୍ଜନ ଗୌଡ଼ ଓ ମଣ୍ଡଳ ସଭାପତି ସୁନୀଲ ପ୍ରଧାନଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଏହାର ଶୁଭାରମ୍ଭ କରିଥିଲେ।ଶତାଧିକ ବିଜେଡି କର୍ମୀ ନିଜ ଦଳ ତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ମନ୍ତ୍ରୀ ଶ୍ରୀ ମଲ୍ଲିକ ସେମାନଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠାରୁ ପ୍ରସ୍ତୁତି ଆରମ୍ଭ ହେଲା ବୋଲି ମନ୍ତ୍ରୀ ଘୋଷଣା କରିବା ସହ ‘ବିକଶିତ ଓଡ଼ିଶା ଓ ବିକଶିତ ଗ୍ରାମ’ ଗଠନ ପାଇଁ ଗ୍ରାମବାସୀଙ୍କ ସହଯୋଗ କାମନା କରିଥିଲେ।