
ଭଞ୍ଜନଗର,୧୩/୦୪ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଦକ୍ଷିଣାଞ୍ଚଳ ସ୍ଵତନ୍ତ୍ର ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷ ଠାରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।
ଅତିରିକ୍ତ ଜିଲ୍ଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର,ଭଞ୍ଜନଗର ଉପ ଜିଲ୍ଲାପାଳ ଉମାଶଙ୍କର ବେହେରା, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ , ବ୍ଲକ ଅଧ୍ୟକ୍ଷା ମମତା ଭୋଳ, ତହସିଲଦାର କଳାକୃଷ୍ଣ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିଙ୍ଗାପୁରମ ହରି , ମୋଟ ୧୬୬ଟି ଅଭିଯୋଗର ଶୁଣାଣୀ କରିଥିଲେ । ୫ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୪ ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୨୫୦୦୦ ଟଙ୍କା ଯୋଗାଇ ଦିଆଯାଇଥିଲା ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ ।
ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବେଲଗୁଣ୍ଠା ବ୍ଲକର ସମସ୍ତ ଅଧିକାରୀ, ପ୍ରଶାସନ ତଥା ସରକାରୀ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ବେଲଗୁଣ୍ଠା ବ୍ଲକ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।