ସଡ଼କ ଦୁର୍ଘଟଣାରେ ବ୍ଲକ୍ ମତ୍ସ୍ୟ ଅଧିକାରୀ ଗୁରୁତର, ବ୍ରହ୍ମପୁର ସ୍ଥାନାନ୍ତର

ଭଞ୍ଜନଗର ୧୫/୦୪ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଦକ୍ଷିଣାଞ୍ଚଳ ସ୍ଵତନ୍ତ୍ର ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ମତ୍ସ୍ୟ ଅଧିକାରୀ ସୁଦେଷ୍ଣା ପାତ୍ର ବୁଧବାର ଏକ ବାଇକ୍ ଧକ୍କାରେ ଗୁରୁତର ହୋଇ ପଡିଛନ୍ତି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗି ଥିବାରୁ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି।

ସୁଚନାନୁସାରେ, ବୁଧୁବାର ସକାଳୁ ଶ୍ରୀମତୀ ପାତ୍ର ଲଣ୍ଡେଇସାହି ଛକ ନିକଟ ନିଜ କାର୍ଯାଳୟକୁ ଯାଇଥିଲେ। ଏହି ସମୟରେ ଲଣ୍ଡେଇସାହି ଛକ ଜାତୀୟ ରାଜପଥରେ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ସେ ଗୁରୁତର ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବାଇକ୍ ଜବତ କରିବା ସହ ତଦନ୍ତ ଚଳାଇଛି।