ଚନ୍ଦନ ଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ୧୯/୪(ବଳରାମ ତ୍ରିପାଠି): ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀକ୍ଷେତ୍ର ପଞ୍ଚ ମହାଦେବ ସେବାୟତ ନିଯୋଗର ମିଳିତ ଆନୁକୁଲ୍ୟରେ ମହାପ୍ରଭୁଙ୍କ ର ଚଳିତ ବର୍ଷ ର ଚନ୍ଦନ ଯାତ୍ରା ଉପଲକ୍ଷେ ଏକ ପ୍ରସୂତି ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଙ୍କ ଅଧ୍ୟକ୍ଷତାରେ ଲୋକନାଥ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା।
ଚଳିତ ବର୍ଷ ଅକ୍ଷୟ ତୃତୀୟ ଠାରୁ ଆରମ୍ଭ ହେବାକୁ ଥିବା ୨୧ ଦିନ ଧରି ଚନ୍ଦନ ଯାତ୍ରା କୁ ଯେପରି ଶାନ୍ତି ଓ ଶୃଙ୍ଖଳିତ କରିବା ସହିତ ସମସ୍ତ ନୀତି କାନ୍ତି ସଠିକ୍ ହୋଇ ପାରିବ ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।ଠାକୁର ଯିବା ଆସିବା ରାସ୍ତାରେ ମଇଳା ପାଣି ଯେପରି ନ ଭାସେ ତାହାକୁ ରୋକାଯିବା, ସ୍ଥାନେ ସ୍ଥାନେ ରାସ୍ତା ରେ ଛାଈ ର ବ୍ଯବ୍ଯସ୍ଥା ଭୀଷଣ ତାତି କୁ ରୋକିବା ପାଇଁ ଜଳ ଢାଳି ରାସ୍ତା କୁ ଥଣ୍ଡା କରିବା, ରାତ୍ରି ସମୟରେ ଆଲୋକ ଓ ଆରକ୍ଷୀ ଅଧିକ୍ଷକଙ୍କ ପକ୍ଷରୁ ସୁରକ୍ଷା ବ୍ଯବସ୍ଥାକୁ ସଠିକ୍ କରିବା ସହିତ ମନ୍ଦିର ରେ ଚନ୍ଦନ ଯାତ୍ରା ପାଇଁ ଆଲୋକ ବ୍ୟବସ୍ଥା କରିବା ପାଇଁ ସେବାୟତ ଙ୍କ ନିବେଦନ ରହିଥିଲା।ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ କୁ ସଠିକ୍ ଭାବେ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରିବା ସହ, ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ବ୍ୟବସ୍ଥା କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂ ସୂଚନା ଦେଇଥିଲେ।ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ରାଜ କିଶୋର ଜେନା, ଶ୍ରୀମନ୍ଦିର ଉପ ପ୍ରଶାସକ ରଞ୍ଜନ କୁମାର ବେହେରା, ସିଟି ଡିଏସପି ରଶ୍ମି ରଞ୍ଜନ ମହାପାତ୍ର, ଟାଉନ ଥାନା ଆଇଆଇସି ଗୋକୁଳ ନନ୍ଦ ଦାଶ, ଆଇଆଇସି ବାସେଳୀ ସାହି, ପଞ୍ଚୁ ମହାଦେବ କମିଟି ର ସଭାପତି ରବି ନାରାୟଣ ପଣ୍ଡା, ସମ୍ପାଦକ ମଦନ ଖୁଣ୍ଟିଆ, ନରେନ୍ଦ୍ର ମହାନ୍ତି, ବୈଦ୍ୟ ନଥା ପଣ୍ଡା, ସନ୍ତୋଷ ପଣ୍ଡା, ଦାମୋଦର ମହାପାତ୍ର,, କୃଷ୍ଣଚନ୍ଦ୍ର ଦାସ, ଗଣେଶ ମହାସୁଆର, ସନ୍ତୋଷ ପଣ୍ଡା, ରଘୁନାଥ ଖୁଣ୍ଟିଆ, କାନୁ ଚରଣ ପଣ୍ଡା, ଙ୍କ ସମେତ ପଞ୍ଚୁ ମହାଦେବ ଙ୍କ ମନ୍ଦିର ସଭାପତି, ସମ୍ପାଦକ, ଓ ବୟୋଜ୍ୟେଷ୍ଠ ସଦସ୍ୟ ରହି ଆଲୋଚନା ରେ ଭାଗ ନେଇଥିଲେ।