
ବୁଗୁଡା,୨୦/୦୪(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବେଲପୁର ଗ୍ରାମର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ପଣ୍ଡା(୮୫)ଙ୍କ ଦେହାନ୍ତରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସେ ଦୀର୍ଘଦିନ ଧରି ଶାରୀରିକ ଅସୁସ୍ଥତା ଅନୁଭବ କରିଆସୁଥିଲା ବେଳେ ସୋମବାର ଦିନ ଭୁବନେଶ୍ଵରସ୍ଥ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ମୃତ୍ଯୁ ଶଯ୍ୟା ନିକଟରେ ପୁତ୍ର ରାମକୃଷ୍ଣଙ୍କ ସମେତ ଆତ୍ମୀୟସ୍ବଜନ ଉପସ୍ଥିତ ରହିଥିଲେ। ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।। ସେ ବୁଗୁଡ଼ା ଅଞ୍ଚଳର କାନସୁକା, ଝୋଲରୀ ଓ ପାଙ୍ଗିଡି ଆଦି ସ୍କୁଲରେ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ବ ନିର୍ବାହ କରି ଅବସର ଗ୍ରହଣ କରିଥିଲେ। ସେ ଜଣେ କର୍ତ୍ତବ୍ୟନିଷ୍ଠ ଏବଂ ଛାତ୍ରବତ୍ସଳ ଶିକ୍ଷକ ଥିଲେ। ତାଙ୍କର ବିୟୋଗରେ ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୋକବ୍ଯକ୍ତ କରାଯାଇଥିଲା।