
ଭଞ୍ଜନଗର ୨୪/୦୪ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଦକ୍ଷିଣାଞ୍ଚଳ ସ୍ଵତନ୍ତ୍ର ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଲୋହରାଖଣ୍ଡି ନଦୀରୁ ଶୁକ୍ରବାର ଏକ ଏକ ମୃତଦେହ ମିଳିଛି। ମୃତକ ଜଣକ ଖାଲାସାହିର କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୫୦) ବୋଲି ଜଣାପଡିଛି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୁଚନାନୁସାରେ, କୃଷ୍ଣ ଚନ୍ଦ୍ର ଗତକାଲି ସନ୍ଧ୍ୟାରେ ନିକଟସ୍ଥ ନଦୀକୁ ଶୌଚ ହେବା ପାଇଁ ଯାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରିନଥିଲେ। ପରିବାର ଲୋକ ବହୁ ଖୋଜା ଖୋଜି ପରେ ମଧ୍ୟ ତାଙ୍କର ସନ୍ଧାନ ମିଳିନଥିଲା। ଶୁକ୍ରବାର ସକାଳୁ ମାଲସାହି ନିକଟ ଲୋହରାଖଣ୍ଡି ନଦୀରେ ତାଙ୍କ ମୃତଦେହ ଭାସୁଥିବା ଲୋକେ ଦେଖିଥିଲେ। ପରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି କୃଷ୍ଣଚନ୍ଦ୍ର ଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରେ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।