ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ନୂଆପଡା, ତା ୧୧/୦୪ (ପରମେଶ୍ୱର ମେହେର): ନୂଆପଡା ଜିଲ୍ଲା ଖଡିଆଳ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି lଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ ଏ ମାଧବିଲତା, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଅ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ ପ୍ରମୁଖ ଉପସ୍ଥିତ ଥିଲେ l
ଆଜି ଶିବିରରେ ୫୬ଗୋଟି ବ୍ୟକ୍ତିଗତ ଓ ୬ଟି ଗୋଷ୍ଠିଗତ, ମୋଟ ୬୨ଗୋଟି ଅଭିଯୋଗର ଶୁଣାଣୀ ଜିଲ୍ଲାପାଳ କରିଥିଲେ ।ସମସ୍ତ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି ୩ ଜଣ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠିରୁ ୫,୦୦୦ ଟଙ୍କା ଲେଖାଏଁ ତୁରନ୍ତ ସହାୟତା ପ୍ରଦାନ କରାଯାଇଥିଲା। ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରା ଯାଇଥିଲା ।
ଏହି ଅବସରରେ ବାଦି ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଓ ପ୍ଲାଷ୍ଟିକ ମୁକ୍ତ ନୂଆପଡା ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଗୃହପାଳିତ ପଶୁପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ “ପ୍ରାଣୀ ପାଇଁ ଦିନଟିଏ” ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା l