ବିଦ୍ୟୁତ ଫାଶରେ ଲାଗି ଚାଷୀ ମୃତ, ପରିବାରରେ ଶୋକର ଛାୟା !

ଜଗନ୍ନାଥ ପ୍ରସାଦ ୧୧/୦୭ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଦକ୍ଷିଣାଞ୍ଚଳ ସ୍ଵତନ୍ତ୍ର ପ୍ରତିନିଧି, ଓଡ଼ିଶା ଟୁଡେ) ଚାଷ କାମ ପାଇଁ କ୍ଷେତକୁ ଯାଇଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସୂଚନା ଅନୁଯାୟୀ,ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ ବୁଡୁରୁଙ୍ଗୁ ଗ୍ରାମର ଦିଲ୍ଲିପ ମଳିକ ବୟସ ୪୮ ବର୍ଷ ! ସେ ନିଜ ଜମିକୁ ଯାଇଥିବା ସମୟରେ ଅସାବଧାନତାବଶତଃ ବୁଡୁରୁଙ୍ଗୁ ଗ୍ରାମ ର ଢଉଖଣ ନିକଟରେ ବନ୍ୟ ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ଫାଶରେ ଲାଗି ମୃତ୍ୟୁ ବରଣ କରିଛନ୍ତି। ମୃତ ଚାଷୀ ପରିବାର ର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ହୋଇଥିବାରୁ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗି ପଡ଼ିଛି। ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଏବଂ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।ଅନ୍ୟପଟେ ବନ୍ୟଜନ୍ତୁ ଶିକାର କରାଯାଉଥିବା ଖବର ପାଇ ବୁଗୁଡ଼ା ବନାଞ୍ଚଳ ଅଧିକାରୀ ମାନସ ସାହୁ ଘଟଣା ସ୍ଥଳରେ ପହଂଚି ତଦନ୍ତ ଚଳାଇଛନ୍ତି।