ବିଷଧର ସାପ କାମୁଡ଼ାରେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ

ଭଞ୍ଜନଗର ୨୭/୦୭ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଦକ୍ଷିଣାଞ୍ଚଳ ସ୍ୱତନ୍ତ୍ର ପ୍ରତିନିଧି, ଓଡ଼ିଶା ଟୁଡେ): ଗଂଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ଗଜାପଦର ଗାଁରେ ଘଟିଛି ଏଭଳି ଘଟଣା । ମୃତକ ଜଣକ, ସେହି ଗାଁର ସୁଦାମ ନାୟକ । ନିଜ ଘରର ବାଡ଼ି ପଟେ ବସିଥିବା ବେଳେ, ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା । ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଂଜନଗର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।