ଓଡ଼ିଶା ବିଜେପିର କୋର କମିଟି ବୈଠକ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଓଡ଼ିଶା ବିଜେପିର କୋର କମିଟି ବୈଠକ ଆରମ୍ଭ ହୋଇଛି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୂଘ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ବୈଠକରେ ଉପସ୍ଥିତ ଅଛନ୍ତି । ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟମାନେ ମଧ୍ୟ ଉପସ୍ଥିତ ରହିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ପଞ୍ଚ‌ାୟତ ନିର୍ବାଚନ ଓ ବିଜେପି ରାଜ୍ୟ ସଭାପତି ଚୟନ ନେଇ ଆଲୋଚନା ହୋଇପାରେ ବୋଲି କୁହାଯାଉଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ପଞ୍ଚ‌ାୟତ ନିର୍ବାଚନ ଓ ବିଜେପି ରାଜ୍ୟ ସଭାପତି ଚୟନ ନେଇ ଆଲୋଚନା ହୋଇପାରେ ବୋଲି କୁହାଯାଉଛି ।

Leave a Reply

Your email address will not be published. Required fields are marked *