ଭଞ୍ଜନଗର: ଶ୍ରୀବତ୍ସ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭଞ୍ଜନଗର (ଅରକ୍ଷିତ ପରିଛା, ଓଡ଼ିଶା ଟୁଡେ): ଭଞ୍ଜନଗର ସହର ମଧ୍ୟରେ ଥିବା ଶ୍ରୀବତ୍ସ ସରକାରୀ ଉଚ୍ଚବିଦ୍ୟାଳୟର ବାର୍ଷିକ ଉତ୍ସବ ସହ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷୟିତ୍ରୀ ଗାୟତ୍ରୀ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାବିତ୍ରୀ ମହିଳା କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଶିବରାମ ପଣ୍ଡା, ମୁଖ୍ୟବକ୍ତା ଭାବେ ବିଇଡି କଲେଜ ଅଧ୍ୟକ୍ଷ ଡ.ବିମଳ କୁମାର ସ୍ବାଇଁ, ସମ୍ମାନିତ ଅତିଥି ଭାବେ ବିଇଓ ଏସ୍.ଧନଞ୍ଜୟ, ପ୍ରାକ୍ତନ ଅଧ୍ୟକ୍ଷା ଡ.ଉଷା ପାଢୀ, ଏସ୍ଏମ୍‌ ଏସଇ ସଭାପତି ମହମ୍ମଦ ଆସରଫ ପ୍ରମୁଖ ମଞ୍ଚାସୀନ ଥିଲେ । ସହକାରୀ ଶିକ୍ଷୟିତ୍ରୀ ସସ୍ମିତା ମିଶ୍ର ସଭାକୁ ପରିଚାଳନା କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି କ୍ଲବ ଆକ୍ଟିଭିଟି ଘରକୁ ଉଦ୍‌ଘାଟନ କରିଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ବାର୍ଷିକ ବିବରଣୀ ପାଠ କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।ଏଥିରେ ସମସ୍ତ ଶିକ୍ଷକ, ଅଣ ଶିକ୍ଷାକ ଓ ବିଦ୍ୟାଳୟ କର୍ମଚାରୀ ମାନେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *