ଭଞ୍ଜନଗର : ମିଶନ ଶକ୍ତି କାଫେ ଉଦଘାଟନ କଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର (ଅରକ୍ଷିତ ପରିଛା, ଓଡ଼ିଶା ଟୁଡେ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମଙ୍ଗଳବାର ଭଞ୍ଜନଗର ବ୍ଲକ୍ ଅଫିସ୍ ନିକଟରେ ମିଶନ ଶକ୍ତି କାଫେ ଉଦଘାଟନ କରିଛନ୍ତି । ମିଶନ ଶକ୍ତି ମାଧ୍ୟମରେ ମହିଳାମାନେ ଆତ୍ମ ନିର୍ଭରଶୀଳ ହୋଇ ସେମାନଙ୍କ ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ବୋଲି ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ପ୍ରକାଶ କରିଥିଲେ । ମହିଳା ମାନଙ୍କ ଉନ୍ନତି ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ସର୍ବଦା ପ୍ରୟାସ କରୁଥିବା ବିଧାୟକ କହିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, କନ୍ଧମାଳ ସାଂସଦ ପ୍ରତିନିଧି ସନ୍ତୋଷ କୁମାର ତିଆଡି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *