ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ରାଜଧାନୀରେ ବିଶାଳ ‘ଯୋଗ ମହୋତ୍ସବ’ ଅନୁଷ୍ଠିତ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ସୋମବାର ଏକ ବିଶାଳ ‘ଯୋଗ ମହୋତ୍ସବ’ ଅନୁଷ୍ଠିତ ହୋଇଛି। ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହୋଇଛି। କେନ୍ଦ୍ର ଆୟୁଷ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ପ୍ରତାପ ରାଓ ଯାଦବ ଏହି ଯୋଗ ମହୋତ୍ସବକୁ ଉଦଘାଟନ କରିଥିଲେ।ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ସୋମବାର ଏକ ବିଶାଳ ‘ଯୋଗ ମହୋତ୍ସବ’ ଅନୁଷ୍ଠିତ ହୋଇଛି। ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହୋଇଛି। କେନ୍ଦ୍ର ଆୟୁଷ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ପ୍ରତାପ ରାଓ ଯାଦବ ଏହି ଯୋଗ ମହୋତ୍ସବକୁ ଉଦଘାଟନ କରିଥିଲେ। ସକାଳ ସାଢ଼େ ୬ଟାରୁ ୮ଟା ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ବିଶାଳ ସାଧାରଣ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର, ଆୟୁଷ ମନ୍ତ୍ରାଳୟ ସଚିବ ବୈଦ୍ୟ ରାଜେଶ କୋଟେଚା, ଯୁଗ୍ମ ସଚିବ ମୋନାଲିସା ଦାଶ ପ୍ରମୁଖ ଯୋଗ ଦେଇଥିଲେ।ସକାଳ ସାଢ଼େ ୬ଟାରୁ ୮ଟା ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ବିଶାଳ ସାଧାରଣ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର, ଆୟୁଷ ମନ୍ତ୍ରାଳୟ ସଚିବ ବୈଦ୍ୟ ରାଜେଶ କୋଟେଚା, ଯୁଗ୍ମ ସଚିବ ମୋନାଲିସା ଦାଶ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ବହୁ ଯୋଗପ୍ରେମୀ ଅଂଶଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *