ମେ ୨୭ ନୁହେଁ, ୨୬ ତାରିଖରେ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି

ଭୁବନେଶ୍ୱର: ମେ ୨୭ ନୁହେଁ, ମେ ୨୬ ତାରିଖରେ ସାବିତ୍ରୀ ପାଇଁ ସରକାରୀ ଛୁଟି। ୨୭ରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଏନେଇ ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି। ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି।ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି ।

Leave a Reply

Your email address will not be published. Required fields are marked *