ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ରହିବାକୁ ଚିଠି ଲେଖିଲେ SRC

ଭୁବନେଶ୍ବର: ଅବପାତରେ ପରିଣତ ହେଲା ସଦୃଶ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେଇଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆଜିବି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

4 ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ:4 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆଜି ସକାଳୁ ସକାଳୁ କିଛି ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି । 2 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । କିଛି ଜିଲ୍ଲାରେ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଝଟକା ପବନ 40 ରୁ 50 କିମି ବେଗରେ ବହିବାର ସମ୍ଭାବନା ଥିବାରୁ ଆସନ୍ତା 28 ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନଯିବାକୁ କୁହାଯାଇଛି ।ଏହି 2 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ:ଆଜି ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଡଘଡି ଓ ବିଜୁଳି ନେଇ ରେଡ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି 30ରୁ 40 କିମି ରହିବ । ସେହିପରି ବାଲେଶ୍ବର, ସମ୍ବଲପୁର, ଦେବଗଡ, ଅନୁଗୋଳ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର୍ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅବଶିଷ୍ଟ 18 ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନାକୁ ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।ରାଜ୍ୟର କିଛି ସ୍ଥାନରେ 20 ସେମିରୁ ଅଧିକ ବର୍ଷା ହେବା ସମ୍ଭାବନା ଥିବାରୁ ଆକସ୍ମିକ ବନ୍ୟା ଆସିବା ନେଇ ସତର୍କ କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ସଚେତନ ରହିବା ସହ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।

Leave a Reply

Your email address will not be published. Required fields are marked *