ଭଞ୍ଜନଗର: ୭୯ ତମ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ

ଭଞ୍ଜନଗର ୨୫/୦୭ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଆଜି ଅପରାହ୍ନ ରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ସ୍ବାଧୀନତା ଦିବସ ପାଳନ ନେଇ ଉପଜିଲ୍ଲାପାଳ ଉମାଶଙ୍କର ବେହେରା ସମସ୍ତ ସଭ୍ୟ ସଭ୍ୟା ଙ୍କର ସହ ଯୋଗ କାମନା କରିବା ସହିତ ସମସ୍ତ ଙ୍କୁ ଶୁଭେଚ୍ଛା ଜଣାଇ ଥିଲେ। ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଦିନ ପ୍ରତ୍ୟୁଷ ଘ ୫ :୩୦ ମି ରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଡ଼ାକବାଜି ଯନ୍ତ୍ର ଦ୍ବାରା ସହର ରେ ରାମଧୁନ୍ ପରିବେଷଣ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ଘ ୭:୩୦ ମି ରେ ପତାକା ଉତ୍ତୋଳନ କରିବେ । ସକାଳ ଘ ୯:୧୫ ମି ରେ ସ୍ଥାନୀୟ ଜେଲ ପଡ଼ିଆ (ଷ୍ଟାଡିୟମରେ )ମୁଖ୍ୟ ଅତିଥି ଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯିବ। ଚଳିତ ବର୍ଷ ପ୍ୟାରେଡ୍ ରେ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବେ l ଏହା ସହ ଛାତ୍ରଛାତ୍ରୀ ଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ପ୍ୟାରେଡ୍ ଅଭ୍ୟାସ ଆସନ୍ତା ୧୨-୦୮-୨୫ ଓ ୧୩-୦୮-୨୫ ରେ ସ୍ଥାନୀୟ ଜେଲ ଗ୍ରାଉଣ୍ଡ ଷ୍ଟାଡିୟମରେ ଅଭ୍ୟାସ କରିବା ନିମନ୍ତେ ସ୍ଥିର କରାଯାଇଛି । ଏଥି ସହ ଓଡ଼ିଆ ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା ଉପଖଣ୍ଡ ସ୍ତରୀୟ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି। ଏହି ପ୍ରସ୍ତୁତି ବୈଠକ ରେ ଭଂଜନଗର ଉପଖଣ୍ଡ ଆରକ୍ଷୀ ଅଧ୍ୟକ୍ଷକ ଡ଼ଃ ଦୀପକ କୁମାର ମିଶ୍ର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର ,ଭଞ୍ଜନଗର ଥାନାଧିକାରୀ ଜୀବନାନନ୍ଦ ଜେନା, ସମେତ ସମସ୍ତ ବିଭାଗର ସରକାରୀ ଅଧିକାରୀ, ଏନ୍.ସି.ସି ଅଫିସର କେ.ଏ ସ.ୟୁ ବି କଲେଜ,ବଣିକ ସଂଘର ସଭାପତି ଓ ସମ୍ପାଦକ,ଖୁଚୁରା ବ୍ୟବସାୟୀ ସଂଘ ର ସଭାପତି ଓ ସମ୍ପାଦକ, ମଧୁସୂଦନ ଟ୍ରଷ୍ଟ ର ସଭାପତି ସମାଜ ସେବୀ ମୁରଲୀଧର ପଣ୍ଡା, ବିଭିନ୍ନ ଅନୁଷ୍ଠାନର ସଦସ୍ୟ, ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି,ସମସ୍ତ ସାମ୍ବାଦିକ, ଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l ଏହି ପ୍ରସ୍ତୁତି ବୈଠକରେ ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ କୁମାର ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ,ସୂଚନା ଲୋକ ସମ୍ପର୍କ ବିଭାଗର ପଦ୍ମ ଚରଣ ନାୟକ ଓ ତାରିଣି ସାହୁ ସହଯୋଗ କରିଥିଲେ,ଶେଷରେ ଭାରପ୍ରାପ୍ତ ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ କୁମାର ପ୍ରାତ୍ର ସମସ୍ତ ଙ୍କ ସହଯୋଗ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *