ପୁଣି ବିମାନବନ୍ଦରରୁ ବିପୁଳ ପରିମାଣର ମାରିଜୁଆନା ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ୮ କେଜିର ମାରିଜୁଆନା ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ । ବ୍ୟାଙ୍କକରୁ ଆସୁଥିଲା । ଘଟଣାରେ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି ।ସେହିପରି ଗତକିଛି ତତେ ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନବନ୍ଦରରୁ ୩୦ କୋଟିର ମାରିଜୁଆନା ଜବତ କରିଥିଲା କଷ୍ଟମ ବିଭାଗ । ବ୍ୟାଙ୍କରୁ ଭୁବନେଶ୍ୱର ଆସୁଥିଲେ ଜଣେ ଯାତ୍ରୀ । କୌଣସି ସୁତ୍ରରୁ ଖବର ପାଇ ଏୟାରପୋର୍ଟରେ ଉପସ୍ଥିତ ଥିବା କଷ୍ଟମ ବିଭାଗର ଅଧିକାରୀମାନେ ଉକ୍ତ ଯାତ୍ରୀଙ୍କୁ ପଚରାଉଚରା କରିଥିଲେ , ପରେ ସେ ଆଣିଥିବା ସାମଗ୍ରୀକୁ ଯାଞ୍ଚ ବି କରିଥିଲେ । ୩ଟି ବ୍ୟାଗ୍‌ ଜବତ ହୋଇଥିଲା । ଯେଉଁଥିରେ ବିପୁଳ ପରିମାଣରେ ମାରିଜୁଆନା ଥିବା କଷ୍ଟମ ବିଭାଗକୁ ମିଳିଥିଲା । ଯାହାର ମୂଲ୍ୟ ୩୦ କୋଟି ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *